ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସ୍ଵାନ ହଲ ଠାରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କାର୍ଯ୍ୟକ୍ରମ ରେ ଯୋଗ ଦେଲେ ଜିଲ୍ଲାପାଳ
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ମଙ୍ଗଳବାର ଦିନ ୧.୩୦ମିନିଟ ସମୟରେ ଭୁବନେଶ୍ବର ଠାରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଅଧିକାରୀ ମାନଙ୍କୁ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ପାଠ କରାଇଛନ୍ତି।ଏହି ଅବସରରେ ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସ୍ବାନ ହଲ ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ସମେତ ଅଧିକାରୀ ମାନେ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲେ।ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।