କଣ୍ଟାମାଳ: ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ଯୋଗଦେଲେ ବିଧାୟକ
ବୁଧବାର ଦିନ କଣ୍ଟାମାଳ ବ୍ଲକ ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ ଅବସରରେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ମହେନ୍ଦ୍ର କୁମାର ସଏ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜାତୀୟ ସ୍ବାସ୍ଥ୍ୟ ମିଶନର DPM ଗିରିଜା ପ୍ରସାଦ ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l