ପାପଡ଼ାହାଣ୍ଡି ପୁରୁଣା ଥାନା ପରିସର ଠାରେ ପୋଲିସ ଥାନା ଓ ସମ୍ବାଦ ଆମ ଓଡ଼ିଶା ମିଳିତ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି | ଶିବିରରେ ମୋଟ 18 ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା ।ପାପଡାହାଣ୍ଡି ଏସଡିପିଓ ସତ୍ୟଜିତ କଣ୍ଡେଲକାଲ ଓ ଆଇଆଇସି ଦୀପକ କୁମାର ଜେନାଙ୍କ ଅଧକ୍ଷତାରେ ମୁଖ୍ୟ ଅତିଥି ରୂପେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ,ଡାବୁଗାଁ ବିଧାୟକ ମନହୋର ରନ୍ଧାରୀ,ଜିଲ୍ଲା ପରିଷଦ ଅଧକ୍ଷ ମୋତିରାମ ନାୟକ,ସାଂସଦ ପ୍ରତିନିଧି ସୋମନାଥ ପୂଜାରୀ, ପୂର୍ବତନ ସାଂସଦ ପର୍ଶୁରାମ ମାଝୀ,ପୂର୍ବତନ ବିଧାୟକ ଭୁଜବଳ ମାଝୀ ପ୍ରମୁଖ ଯୋଗଦେଇଥିଲେ |