Public App Logo
Jansamasya
News
Maharashtra
Bjp
National
Police
Bihar
बिहार
कांग्रेस
Congress
Modi
Delhi
Viral
Jharkhand
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ଝରିଗାଁରେ “ବିକାଶର ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଅନୁଷ୍ଠିତ। ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ “ବିକାଶର ଧାରା ଓଡ଼ିଶା ସାରା” ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ସରକାରଙ୍କ ଜନକଲ୍ୟାଣ ଯୋଜନାଗୁଡ଼ିକର ସଫଳ ରୂପାୟନ କରିବା ସହ ସମାଜର ଶେଷ ସ୍ତରରେ ଥିବା ଲୋକଙ୍କ ପାଖରେ ଏହାର ସୁଫଳ ପହଞ୍ଚାଇବା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ସୁଭଦ୍ରା ଯୋଜନା, ଆୟୁଷ୍ମାନ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି, ସମୃଦ୍ଧ କୃଷକ ଯୋଜନା, ସିଏମ କିଷାନ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଭଳି ବିଭିନ୍ନ ଯୋଜନା ବିଷୟରେ ସଚେତନତା କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଯୋଗଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ଝରିଗାଁ ବିଧାୟକ ନରସିଂହ ଭତରା, ବିଡିଓ ମଧୁସୂଦନ ମାଝୀ, ସାଂସଦ ପ୍ରତିନିଧି ଚନ୍ଦ୍ରଭାନୁ ନାୟକ, ବିଧାୟକ ପ୍ରତିନିଧି ଗଣପତି ସାହୁଙ୍କ ସହ ଅନ୍ୟାନ୍ୟ ଅତିଥିମାନେ ଉପସ୍ଥିତ ଥିଲେ। ଅତିଥିମାନଙ୍କ ଦ୍ୱାରା ଅନ୍ନପୂର୍ଣ୍ଣା ଯୋଜନାରେ ୨୯ ଜଣ ହିତାଧିକାରୀଙ୍କୁ ରାସନ କାର୍ଡ, ବିଧବା ଓ ଦିବ୍ୟାଙ୍ଗ ୧୪ ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା ଏବଂ ଅଙ୍ଗନବାଡ଼ି କର୍ମୀଙ୍କୁ ୧୦ଟି ମୋବାଇଲ ଫୋନ ପ୍ରଦାନ କରାଯାଇଥିଲା।

Jeypore, Koraput | Jun 23, 2026

MORE NEWS