ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା କୋଲାବିରା ବ୍ଲକ ମୁଖ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଝାରସୁଗୁଡା ଜିଲ୍ଲା କୋଲାବିରା ବ୍ଲକ ମୁଖ୍ୟାଳୟରେ ଆଜି ସକାଳ ଏଗାରଟା ସମୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୂର୍ଯ୍ୟା°ଶୁ ରୁତ୍, ଉପଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା ଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଶିବିରରେ ମୋଟ ୫୬ଗୋଟି ଅଭିଯୋଗ ଆଗତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୫ଟି ସାମୂହିକ ଓ ୪୧ଟି ବ୍ୟକ୍ତିଗତ ଅଭିଯୋଗ ଆଗତ ହୋଇଥିଲା।