ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ସକାଳ ୧୦ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୪୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ଓ ୧୮ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।