ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ସରକାରୀ ଯୋଜନାମାନଙ୍କୁ ସୁଚାରୁ ଭାବେ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ସରକାରଙ୍କ “ଗ୍ରାମୋଦୟ” ପଦକ୍ଷେପର କାର୍ଯ୍ୟକାରିତା ସମ୍ବନ୍ଧରେ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। ଜିଲ୍ଲାପାଳ ବଲାଙ୍ଗିରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ହୋଇଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଯୋଜନାଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଥିଲେ। ଲୋକମାନଙ୍କୁ ସରକାରୀ ସୁବିଧା ସମୟମତେ ପହଞ୍ଚାଇବା ଓ କାର୍ଯ୍ୟରେ ଗତି ଆଣିବା ପାଇଁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ ।