ମାଲକାନଗିରି: ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଆଜି ପଡିଆ ବ୍ଲକ୍ ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଦିନ ୧୨ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୭୨ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୨୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୦ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଶିବିରରେ ରାସନ୍ କାର୍ଡ, ବିଜୁଳି ସଂଯୋଗୀକରଣ, ଜମିଜମା, ଚାକିରୀ, ପାନୀୟ ଜଳ, ସାମାଜିକ ସୁରକ୍ଷା ପେନସନ ଏବଂ ରାସ୍ତା ଓ କୋଠାବାଡ଼ି ଓ