ଜିଲ୍ଲା ଆଇନସେବା ପ୍ରାଧିକରଣ ଫୁଲବାଣୀ ଦ୍ବାରା ଜାତୀୟ ଆଇନସେବା ଦିବସ ପାଳିତ ଫୁଲବାଣୀ : କନ୍ଧମାଳ ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ପକନାଗାଁ ଠାରେ ରବିବାର ଦିନ 11 ଘଣ୍ଟିକା ସମୟରେ ଜାତୀୟ ଆଇନସେବା ଦିବସ ଅବସରରେ ଏକ ଆଇନ ସଚେତନତା ଶିବିର ର ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ସ୍ଵତନ୍ତ୍ର ଭିଜିଲାନ୍ସ ବିଚାରପତି ଶ୍ରୀଯୁକ୍ତ ରାଜେଶ ଦାଶ, ସ୍ଥାୟୀ ଲୋକ ଅଦାଲତ ବିଚାରପତି ଶ୍ରୀଯୁକ୍ତ ଦୋଳଗୋବିନ୍ଦ ବାରିକ, ପୋକ୍ସୋ କୋର୍ଟ ର ବିଚାରପତି ଶ୍ରୀଯୁକ୍ତ ମନୋରଞ୍ଜନ ଦାଶ, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଶ୍ରୀ