ମାଲକାନଗିରି ବନଖଣ୍ଡ ପକ୍ଷରୁ ସଂସ୍କୃତି ଭବନଠାରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ–୨୦୨୬ ଅତି ଆଡ଼ମ୍ବର ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି। ବନଖଣ୍ଡ ଅଧିକାରୀ ସାଇ କିରଣ ଡି ଏନ୍ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବନ୍ୟପ୍ରାଣୀ ସଂରକ୍ଷଣ, ଜୈବ ବିବିଧତା ସୁରକ୍ଷା ଏବଂ ମାନବ-ବନ୍ୟପ୍ରାଣୀ ସୁସ୍ଥ ସହାବସ୍ଥାନର ବାର୍ତ୍ତା ନେଇ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ, ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ସାଂସଦଙ୍କ ପ୍ରତିନିଧି ସଞ୍ଜୟ ସରକାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।