ଗତ ତିନି ଦିନ ଧରି ଜୟପାଟଣା ଇନ୍ଦ୍ରାବତୀ ଡିଗ୍ରୀ ମହାବିଦ୍ୟାଳୟ ଠାରେ ଆୟୋଜିତ ହେଇଥିବା ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍ ଶିବିର ମଙ୍ଗଳବାର ସଂଧ୍ୟାରେ ଉଦଯାପିତ ହେଇ ଯାଇଚି। ମହାବିଦ୍ୟାଳୟର ଅଧ୍ୟକ୍ଷ ବୈଦ୍ୟନାଥ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସମାରୋହରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଶ୍ରେଷ୍ଠ ସ୍ବେଚ୍ଛାସେବୀ ସମେତ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ପ୍ରତିଭାଙ୍କୁ ପୂରସ୍କୃତ କରି ଉତ୍ସାହିତ କରିଥିଲେ।