ମାଲକାନଗିରି: କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜି ମାଲକାନଗିରି ଜିଲ୍ଲା କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରପରୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଡୋଳIମଣି ପ୍ରଧାନ ଯୋଗଦେଇ ଉଦଘାଟନ କରିଥିବା ବେଳେ ଡାକ୍ତର ସିମାଞ୍ଚଳ ଦାସ,ଡାକ୍ତର ସପନ କୁମାର ଦିଣ୍ଡା,ଡାକ୍ତର ବାସନ୍ତୀ ହାସଦା ଯୋଗଦେଇଥିଲେ। ଏହି ଶିବିରରେ ୩୨୦ ଜଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷI ଓ ଚିକିତ୍ସା କରଯାଇଥିଲା Iଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।