କୋରାପୁଟ ସହର: ଓଡିଶା ଶିଳ୍ପୀ ମହାସଂଘର ମୁଖ୍ୟମନ୍ତ୍ରୀ ଉଦ୍ଧେଶ୍ୟରେ କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଦାବିପତ୍ର ପ୍ରଦାନ
ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା ଏବଂ ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶଓ ଉନ୍ନୟନ ପରିଷଦକୁ କାର୍ଯ୍ୟକାରୀ କରିବା ଦାବିରେ ଓଡିଶା ଶିଳ୍ପୀ ମହାସଂଘ କୋରାପୁଟ ଶାଖା ପକ୍ଷରୁ ଆଜି ଅପରାହ୍ନ ୪ଟା ସମୟରେ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସୋମବାର ଦାବିପତ୍ର ପ୍ରଦାନ କରିଛନ୍ତି । ପୂର୍ବ ସରକାର ରାଜ୍ୟର ହସ୍ତଶିଳ୍ପୀ ଓ ବୁଣାକାରଙ୍କ ସାମାଜିକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଚରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା ଲାଗୁ କରିଥିଲେ ।