ଧରାକୋଟ: ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟ ମିନି ଷ୍ଟାଡିୟମ ପରିସର ରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା
ଗଞ୍ଜାମ ଜିଲ୍ଲା ଧରାକୋଟ ସ୍ଥିତ ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟ ମିନି ଷ୍ଟାଡିୟମ ପରିସରରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବି ଇ ଓ ଅଭିମନ୍ୟୁ ସାହୁ ଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ, ମୁଖ୍ୟ ବକ୍ତା ଭାବରେ ତହସିଲଦାର ଲମ୍ବୋଦର ମାରାଣ୍ଡି, ସମ୍ମାନୀତ ଅତିଥି ଭାବରେ ଶ୍ରୀ ରାଜ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ, ବିଆରସିସି ତଥା ଏବିଇଓ ସୌରୀ ଶଙ୍କର ବେହେରା,ବିଭୂତିଭୂଷଣ ପାତ୍ର, ମାଣିକ ପୁର ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଉପସ୍ଥିତ ଥିଲେ l