ଆଜି ଶନିବାର ୧୧ଟା ୩୦ ମିନିଟ ସମୟରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅଫିସ କାର୍ଯ୍ୟାଳୟ ଠାରେ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ। ଶ୍ରୀ ପୁରୋହିତ ଙ୍କୁ ପାଇକମାଲ ବିଡ଼ିଓ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ଶ୍ରୀ ପୁରୋହିତ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରିଥିଲେ।