ନୂଆପଡା: ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସମସ୍ତ ରାଜନୈତିକ ଦଳଙ୍କ ସହ ନୂଆପଡ଼ା ବିଧାନସଭା ଉପ ନିର୍ବାଚନ ଉପରେ ବୈଠକ
ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ରଖି, ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ଆଜି ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଏକ ବୈଠକ ୬ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି।