ଲଖନପୁର ଗ୍ରାମରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଲୋଚନା କଲେ ବିଜେପି ପ୍ରତିନିଧି ଦଳ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନଏସି ଅନ୍ତର୍ଗତ ଲଖନପୁର ଗ୍ରାମରେ ରବିବାର ଅପରାହ୍ନରେ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀମାନଙ୍କ ସହ ରେଢ଼ାଖୋଲ ନଗର ବିଜେପି ପକ୍ଷରୁ ଏକ ପ୍ରତିନିଧି ଦଳ ଆଲୋଚନା କରିଛନ୍ତି । ଗ୍ରାମରେ ପିଇବା ପାଣି , ରାସ୍ତା ଓ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ ପାଇଁ ଆଲୋଚନା କରାଯାଇଥିଲା । ଏଥିରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ର , ନଗର ସଭାପତି ସୁଷମା ମୁଣ୍ଡା ଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ l