ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆଜି ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ଧନୁର୍ଜୟ ମହାନ୍ତଙ୍କ ସଭାପତିତ୍ୱରେ ଆଜି ଦିନ ପ୍ରାୟ ୨ ପର୍ଯ୍ୟନ୍ତ ପୁରୁଷ ବନ୍ଧ୍ୟାକରଣ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଡିଭିଏଲଏମ ଦେବାନନ୍ଦ ସାମଲ, ଭାରପ୍ରାପ୍ତ ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅମରେଶ ଶତପଥୀ ପ୍ରମୁଖ ଯୋଗଦେଇ ପକ୍ଷ ପାଳନର ଉଦ୍ଦେଶ୍ୟ ଉପରେ ଆଲୋଚନା କରିଥିଲେ।