ଡାବୁଗାଁ: ବ୍ଳକ ସମ୍ମିଳାନି କକ୍ଷ ଠାରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର
ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ୨୦୨୪-୨୫ ଆର୍ଥିକ ବର୍ଷର ୧ ଅକ୍ଟୋବର ୨୦୨୪ ଠାରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା, ସର୍ବଶିକ୍ଷା ଅଭିଯାନ, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ଉପରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷ ବୀଣା ମାଝି ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି |