କୋଟିଆ ପ୍ରସଙ୍ଗ: ସୁପ୍ରିମକୋର୍ଟ ଯିବେ ରାଜ୍ୟ ସରକାର
କୋଟିଆରେ ପଞ୍ଚାୟତ ନିର୍ବାଚନ ପାଇଁ ଆନ୍ଧ୍ର ସରକାରଙ୍କ ବିଜ୍ଞପ୍ତି ପରେ ତତ୍ପର ହୋଇଛନ୍ତି ଓଡ଼ିଶା ସରକାର। ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ଯାଉଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ, କୋରାପୁଟ ଉପଜିଲ୍ଲାପାଳ ଫାବି ରସିଦ କୋଟିଆ ଗସ୍ତ କରି ଅଞ୍ଚଳର ବିକାଶମୂଳକ କାର୍ଯ୍ୟ ଓ ଲୋକଙ୍କ ସମସ୍ୟା ସମୀକ୍ଷା କରିବେ। ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ଦୀର୍ଘଦିନର ବିବାଦ ମଧ୍ୟରେ ଏବେ ସମସ୍ତଙ୍କ ନଜର ରାଜ୍ୟ ସରକାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ରହିଛି।