ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ଝଗରପୁର ଠାରେ ଫୋରମ ଫର ଗ୍ରାମସଭା କମିଟି ଆନୁକୁଲ୍ୟରେ ବିଶାଳ ଆଦିବାସୀ ମେଳି ଅନୁଷ୍ଠିତ ହେବା ସହ ରାସ୍ତା ଅବରୋଧ ହୋଇଛି। ଏହି କାର୍ଯ୍ୟକ୍ରମରେ ଓଡିଶା ପ୍ରଦେଶର କଂଗ୍ରେସ ରାଜ୍ୟ ପ୍ରଭାରୀ ଅଜୟ ଲୁଲୁ ଅଂଶଗ୍ରହଣ କରି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।