ବାରିପଦାର ଭଞ୍ଜପୁର ଠାରେ ଉତ୍ତର ଓଡିଶାର ପ୍ରସିଦ୍ଧ ଜଗଦ୍ଧାତ୍ରୀ ମେଳା ଶୁକ୍ରବାର ରାତି ପ୍ରାୟ ୯ଟାରେ ଅନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ରାଜ୍ୟସଭା ସାଂସଦ ମମତା ମହାନ୍ତ, ସାରସକଣା ବିଧାୟକ ଭାଦବ ହାଁସଦା, ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି, ବାରିପଦା ନଗରପାଳ କୃଷ୍ଣାନନ୍ଦ ମହାନ୍ତି ଏବଂ କମିଟିର ଅନ୍ୟାନ୍ୟ ବଶିଷ୍ଠ ସଦସ୍ୟ ମାନେ ଉପସ୍ଥିତ ରହିଥିଲେ।