ପୁରୁଷୋତ୍ତମପୁର ସ୍ଥିତ ପିଏମଶ୍ରୀ ନରସିଂହ ଦାସ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ପିଏମଶ୍ରୀ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଜି ଦିନ ପ୍ରାୟ ସାଢ଼େ ୧୧ ଟା ସମୟରେ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ସର୍ଦ୍ଦାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ବିଭିନ୍ନ କ୍ଷେତ୍ରରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ମାନପତ୍ର ସହ ସିଲ୍ ପ୍ରଦାନ କରି ସମ୍ମାନୀତ କରିଥିଲେ ।