ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ମୟୁରପଦା ଗ୍ରାମକୁ ଯାଇ ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ।ମଂଗଳବାର ଅପରାହ୍ନରେ ବିଧାୟକ ଉକ୍ତ ଗ୍ରାମରେ ପହଞ୍ଚି ଗ୍ରାମର ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା କରିଛନ୍ତି ।