ମୟୂରଭଞ୍ଜ ଜିଲ୍ଲା ବହଳଦା ବ୍ଲକ କାର୍ଯ୍ୟାଳୟରେ ଶନିବାର ଅପରାହ୍ନ ପ୍ରାୟ ୪ ଟାରେ ବିଶ୍ୱ ଶୌଚାଳୟ ଦିବସ-୨୦୨୫ ଓ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) କାର୍ଯ୍ୟକ୍ରମକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକସ୍ତରୀୟ ସମସ୍ତ କ୍ଷେତ୍ର କାର୍ଯ୍ୟକର୍ତ୍ତା ମାନଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବହଳଦା ବିଡିଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଅନ୍ତର୍ଗତ ସମସ୍ତ ବକାୟା କାର୍ଯ୍ୟର ଶୀଘ୍ର ସମ୍ପୂର୍ଣ୍ଣ କରିବା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା।