ଛତ୍ରପୁର: ପୋଲିସ SI ପରୀକ୍ଷା କେଳେଙ୍କାରୀ, ପ୍ରକାଶ ପାଇଲା CBI ତଦନ୍ତ ବିଜ୍ଞପ୍ତି
ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ CBI ତଦନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି ।ମଂଗଳବାର ଅପରାହ୍ନରେ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । CBI ତଦନ୍ତ ନେଇ ସୁପାରିଶ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ପୋଲିସ SI ପରୀକ୍ଷା କେଳେଙ୍କାରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ ହୋଇଛି ।ପଞ୍ଚ୍ ସଫ୍ଟ୍ କମ୍ପାନୀର ମୁଖ୍ୟ ଥିଲା ଗଂଜାମର ଶଙ୍କର ପୃଷ୍ଟି। ଏହି ମାମଲାରେ ଶଙ୍କର ପୃଷ୍ଟିକୁ ମିଶାଇ ମୋଟ ୧୦ ଦଲାଲ ଗିରଫ ହୋଇ ବ୍ରହ୍ମପୁର ଜେଲ୍ ରେ ଅଛନ୍ତି।