ଆଜି ପୂର୍ବାହ୍ନରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜଙ୍କ କୁଆଁସ ସ୍ଥିତ ବାସଭବନରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଧାମନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମର ଅନ୍ୟ ଦଳର କର୍ମୀ ମାନେ ବିଜେପିରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି। ବିଜେପିରେ ସାମିଲ ହୋଇଥିବା କର୍ମୀଙ୍କୁ ଦଳୀୟ ଉତ୍ତରୀୟ ଦେଇ ଦଳରେ ସାମିଲ କରାଇଥିଲେ ବିଧାୟକ।