ଦେବଗଡ: ଏଡିଏମଙ୍କ ସମ୍ମିଳନୀ କକ୍ଷରେ ମହିଳା ସୁରକ୍ଷା ପାଇଁ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର
ଦେବଗଡ଼ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ ଆଜି ଅତିରିକ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମହିଳା ସୁରକ୍ଷା ପାଇଁ ଘରୋଇ ହିଂସା ଆଇନ ଉପରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଦିନ ୧୧ ରୁ ପ୍ରାୟ ୧୨.୩୦ ପର୍ଯ୍ୟନ୍ତ ଉକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣୀ ସୁରତି ପ୍ରଧାନଙ୍କ ତତ୍ତ୍ଵାବଧାନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।