ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପେଡ ମାଆ କେ ନାମ କ୍ୟାମ୍ପେନ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ
ଆଜି ଦିନ ଗୋଟାଏ ବେଳେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ 'ଏକ ପେଡ ମାଆ କେ ନାମ ' କ୍ୟାମ୍ପେନ କୁ ବ୍ୟାପକ କରିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ସ୍ୱେଚ୍ଛା ସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଙ୍କୁ ନେଇ ଏକ ପେଡ ମାଆ କେ ନାମ କ୍ୟାମ୍ପେନ୍ କୁ ବ୍ୟାପକ କରିବା ପାଇଁ ଆଲୋଚନା କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ସାଇ କ୍ରିଷ୍ଣା ଜେନା ଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।