ରବିବାର ଦିନ ପ୍ରାୟ ୧୦ ଟାରେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ର ଟଙ୍ଗାବିଲା ସ୍ଥିତ ସାନନଈ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେଠାରେ ମୁଖ୍ୟ ଅତିଥି ଭାବେ ଓଡିଶାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇଥିବା ବେଳେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।