ଲାଞ୍ଜିଗଡ: ଗୋପାଳପୁର SSD ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଏସ୍.ଏସ୍.ଡି ବାଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୋପାଳପୁର ଠାରେ ଶୁକ୍ରବାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭରତ ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ତହସିଲଦାର ସନାତନ ମହାରଣା, ସମ୍ମାନିତ ଅତିଥି ରୂପେ ବ୍ଲକ ଜନ ମଙ୍ଗଳ ଅଧିକାରୀ ଶୁଭଜିତ ସ୍ବାଇଁ, ଏସ୍.ଏସ୍.ଡି ବାଳିକା ଉଚ୍ଚ ବିଦ୍ୟାଳୟ ଗୋପାଳପୁରର ପ୍ରଧାନ ଶିକ୍ଷୟିତ୍ରୀ ମିନାକ୍ଷୀ ସାମଲ, ଥୁଆମୁଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ କୃତିବାସ ନାଏକ ଯୋଗ ଦେଇଥିଲେ।