କୋରାପୁଟ ସହର: ଆସନ୍ତା କାଲି କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଦିନ ୨ଟା ସମୟରେ କୋରାପୁଟ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ସମସ୍ତ ପଦକ୍ଷେପ ଗ୍ରହଣ କରା ଯାଇଥିବା ସୂଚନା ଦେଇଛନ୍ତି।