ଗଞ୍ଜାମ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତଥା ଜିଲ୍ଲା ସ୍ବାସ୍ଥ୍ୟ ମିଶନ ପକ୍ଷରୁ ବ୍ରହ୍ମପୁର ମହାନଗର ନିଗମ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ସମିତି ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇଙ୍କ ଅଧ୍ୟକ୍ଷତାରେ ବୁଧବାର ମଧ୍ୟାହ୍ନରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।