ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଳବ, ପଦ୍ମପୁର ତରଫରୁ ଆୟୋଜିତ ପଞ୍ଚମ ପଦ୍ମପୁର ଲୋକ ମହୋତ୍ସବ ଆଜି ଦ୍ଵିତୀୟ ସନ୍ଧ୍ୟା ରେ 7ଟା 30 ମିନିଟ ସମୟରେ ପଦ୍ମପୁର ଉପ-ଜିଲ୍ଲାପାଳ ଶ୍ରୀମତୀ ସ୍ନେହା ଅରୁଗୁଳା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପାଣ୍ଡଵ ଶବର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ପଦ୍ମପୁର ଭାର ପ୍ରାପ୍ତ ଥାନା ଅଧିକାରୀ ଶ୍ରୀମତୀ ମମତା ନାଏକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବିଧି ବଦ୍ଧ ଭାବରେ ଲୋକ ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟାର ସାଂସ୍କୃତିକ ପର୍ବ କୁ ଶୁଭାରମ୍ଭ କରିଛନ୍ତି। ତେବେ କଳା ଓ ସାଂସ୍କୃତି ର ଏହି ଅଞ୍ଚଳ ରେ ସାଂସ୍କୃତିକ କଳା ର ଆଦାନ ପ୍ରଦାନ ପ