ଜି ଉଦୟଗିରି: ଜି ଉଦୟଗିରି ହବାକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ କ୍ରୀଡା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି
ଜି ଉଦୟଗିରି ହବାକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ କ୍ରୀଡା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି. ଏହି କାର୍ଯ୍ୟକ୍ରମ ରେ କନ୍ଧମାଳ ଜିଲ୍ଲା ଶିକ୍ଷା ଅଧିକାରୀ ରାଜେଶ କୁମାର ସ୍ୱାଇଁ ଯୋଗ ଦେଇ ଏହି କାର୍ଯ୍ୟକ୍ରମ କିପରି ସୁରୁଖୁରୁରେ ହେବ ସେ ଉପରେ ଆଲୋଚନା କରିଥିଲେ. ଶାନ୍ତି ଶୁଙ୍ଖଳା କିପରି ହୋଇ ପାରିବ ସେ ଉପରେ ଥାନା ଅଧିକାରୀ ବିଜୟ କୁମାର ସ୍ୱାଇଁ ପଚାରି ବୁଝିଥୁଲେ. ଏହି ସମୟରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ଖେଳ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ସହ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଓ ଅନ୍ୟ ଶିକ୍ଷକ ମାନେ ଯୋଗ ଦେଇ ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ.