ପୋଲସରା: ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ପୋଲସରା ସହର ସ୍ଥିତ ବିଜ୍ଞାନ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ପୁରୁଷ ବିଭାଗ ତରଫରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ଅନୁଷ୍ଠିତ ହୋଇଯାଇଅଛି । ମହାବିଦ୍ୟାଳୟର ଅଧକ୍ଷ ଡକ୍ଟର ଦିଲ୍ଲୀପ କୁମାର ନାୟକ ଅଧକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ କୁ ଜାତୀୟ ସେବା ଯୋଜନା ପୁରୁଷ ବିଭାଗର ପ୍ରୋଗ୍ରାମ ଅଫିସର୍ ସେକ୍ ଫରିଦ୍ ସଂଯୋଜନା କରିଥିଲେ। ଜାତୀୟ ସେବା ଯୋଜନା ଉପଦେଷ୍ଟା କମିଟି ମେମ୍ବର ତଥା ଦର୍ଶନଶାସ୍ତ୍ର ବିଭାଗର ମୁଖ୍ୟ ପ୍ରାଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅଭିଭାଷଣ ରଖିଥିଲେ l