SMS News Bureau Kuarmunda
କୁଆରମୁଣ୍ଡା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ।
କୁଆଁରମୁଣ୍ଡା ବ୍ଲକ କାର୍ଯ୍ୟାଳୟ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁରଜ ପଟ୍ଟନାୟକ ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୬୫ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୩୮ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୬ ଟି ସାମୁହିକ ଅଭିଯୋଗ ରହିଥିଲା। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ ଜଣେ ବ୍ୟକ୍ତି ଆବେଦନ କରିଥିଲେ l ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ଚନ୍ଦ୍ରକାନ୍ତ ମଲ୍ଲିକ, କୁଆରମୁଣ୍ଡା ବିଡିଓ ଡା ଜଗଦୀଶ ଚନ୍ଦ୍ର ମହାନନ୍ଦ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l