ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ବରରେ ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ ରହିବ, ଜାଗମରାରେ ମହାକାଶ ବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକଙ୍କ ସୂଚନା
ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା । ଭୁବନେଶ୍ବରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ତେବେ ଦିନ ସାନ ଏବଂ ରାତି ବଡ଼ ହେବା ପଛରେ କଣ ରହିଛି ବିଜ୍ଞାନ ? ସେନେଇ ବୁଝାଇ କହିଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ ।