ହାଟଡିହି କଲେଜର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ଉତ୍ସବ ଉଦଘାଟିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଚିତ୍ତ ରଞ୍ଜନ ରାଉତଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ସମ୍ମାନିତ ଅତିଥି ଭାବେ ହାଟଡିହି ବ୍ଲକ ବିଡ଼ିଓ ରଞ୍ଜନ କୁମାର ପରିଡା, ହାଟଡିହି ପଞ୍ଚାୟତର ସରପଞ୍ଚ ଚିନ୍ମୟ ନାୟକ ପ୍ରମୁଖ ଯୋଗଦେଇ ଏହି ବାର୍ଷିକ ପ୍ରତିଯୋଗୀତାକୁ ଉଦଘାଟନ କରିଥିଲେ। ପ୍ରାରମ୍ଭରେ ହାଟଡିହି ହଟକେଶ୍ୱର ମନ୍ଦିରରୁ ମଶାଲ ଅଣାଯିବା ପରେ ଅତିଥି ମାନେ କ୍ରୀଡା ପତାକା ଉତ୍ତୋଳନ କରିଥିଲେ।