ଗୋପାଳପୁର: ରଙ୍ଗେଈଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଈଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସୋମବାର ପୂର୍ବାହ୍ନରେ 'ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର' ଆୟୋଜିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଭି କିର୍ତ୍ତିଭାସନ ,ଗଞ୍ଜାମ, ଆରକ୍ଷୀ ଅଧିକ୍ଷକଙ୍କ ସହ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି, ଜନସାଧାରଣଙ୍କର ଅଭିଯୋଗ ଶୁଣାଣି କରିଥିଲେ।