ସୋନପୁର: ଇଚ୍ଛାପୁର ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ସୂଚନା ଅନୁସାରେ ଆଜି ଅପରାହ୍ନ ୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ଇଚ୍ଛାପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହି