ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ଭୋଇପାଲି ଗ୍ରାମ ପଞ୍ଚାୟତ ସ୍ଥିତ ରାଏଡିହି ଆଶ୍ରମ ସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ଜିଲ୍ଲା ପରିଷଦ ସଭ୍ୟ ଅମୀୟ କୁମାର ପ୍ରଧାନ ଅଂଶଗ୍ରହଣ କରି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ସ୍କୁଲ ର ପ୍ରଧାନ ଶିକ୍ଷକ ଗୋପାଳକୃଷ୍ଣ ବେହେରା ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।