କୋରାପୁଟ ବ୍ଳକ୍ ଲିଟିଗୁଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ୧୦ଟା ଠାରୁ ଦିନ ୨ଟା ପର୍ଯ୍ୟନ୍ତ ପଞ୍ଚାୟତରେ ଥିବା ବିଭିନ୍ନ ସମସ୍ୟା ଶୁଣିବା ସହ ସମାଧାନ କିଭଳି ହୋଇପାରିବ ସେନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି। ଶିବିରରେ ବ୍ଳକ ସ୍ତରୀୟ ବିଭାଗୀୟ ଅଧିକାରୀ ସହ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ରହିଥିବା ଦେଖିବାକୁ ମିଳିଥିଲା।