ଧର୍ମଶାଳା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ଼ ସୋ କାର୍ଯ୍ୟକ୍ରମରେ ସାମିଲ ହେଲେ ଧର୍ମଶାଳାର ଶତାଧିକ ବିଜେପି କର୍ମୀ
ରାଜ୍ଯରେ ବିଜେପି ସରକାର ହେବା ପରେ ଆଜି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତକୁ ସଫଳ କରିବା ପାଇଁ ଧର୍ମଶାଳା ବିଜେପି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଭୁବନେଶ୍ୱରରେ ଅନୁଷ୍ଠିତ ରୋଡ଼ ସୋ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏକ ଶୋଭାଯାତ୍ରାରେ ଯାଇ ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।