ଧର୍ମଗଡ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ରେ ଧର୍ମଗଡ ରକ୍ତଭଣ୍ଡାର ଠାରେ ରକ୍ତଦାନ ଶିବିର
ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ୭୫ ତମ ଜନ୍ମ ଦିବସ ଉପଲକ୍ଷେ କଳାହାଣ୍ଡି ଭାରତୀୟ ଜନତା ପାର୍ଟି ପକ୍ଷରୁ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନା ରକ୍ତ ଭଣ୍ଡାର ଠାରେ ବୁଧବାର ସକାଳ ୧୧ ଟା ରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଉକ୍ତ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ।