ସାତଦିନ ବ୍ୟାପି ମହୋତ୍ସବ ପାଳନ ସହିତ କଳାହାଣ୍ଡିର କଳା, ସଂସ୍କୃତି, ପରମ୍ପରାର ମହାସଂଗମ ପାଲଟିଥିବା ୬୧ତମ ମହାବୀର ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି। ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଶାନ୍ତନୁ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟର କୁଳପତି ଡ. ନିବେଦିତା ନାଥ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ପ୍ରତ୍ନତତ୍ତ୍ୱବିତ ଫଣିନ୍ଦମ ଦେଓ, ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନର ପୂର୍ବତନ ସଭାପତି ଜୟନ୍ତ କୁମାର ବେହେରା, ନାଟ୍ୟ ସଂପାଦକ ସୁଶାନ୍ତ ସିଂହ ପ୍ରମୁଖ ମଞ୍ଚାସୀନ ଥିଲେ।