#ଭିଜିଲାନ୍ସ_ଜାଲରେ_କୋଟିପତି_ଏବିଇଓ
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳାର ଏବିଇଓ (ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ) ଜୟଦେବ ଜେନାଙ୍କ ସହ ଜଡ଼ିତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି ଓଡ଼ିଶା ଭିଜିଲାନ୍ସ
- ତାଙ୍କ ଆୟର ଉତ୍ସ ତୁଳନାରେ ଅଧିକ ସମ୍ପତ୍ତି ଥିବା ଅଭିଯୋଗରେ ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍, ବ୍ରହ୍ମପୁରଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରାଯାଉଛି
- ୩ ଜଣ ଅତିରିକ୍ତ ଏସ୍ପି, ୪ ଜଣ ଡିଏସ୍ପି, ୯ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ସହଯୋଗୀ କର୍ମଚାରୀଙ୍କୁ ନେଇ ଗଠିତ ଭିଜିଲାନ୍ସ ଟିମ୍ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି
- ଭୁବନେଶ୍ୱର, ଗଞ୍ଜାମ ଓ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ତଲାସୀ ଚାଲିଛି
#crime #CrimeNews #Corruption #education #vigilance #Odisha #angulexpress
Anugul, Angul | Oct 12, 2026