ନର୍ଲାବ୍ଲକ୍ ଅଧିନ ରୁପ୍ରା ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୧ତମ ବାର୍ଷିକ କ୍ରୀଡ଼ା ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମ ଆଜି ସୋମବାର ଅପରାହ୍ନ ଚାରିଟା ସମୟରେ ଉଦଯାପନୀ ହୋଇଯାଇଛି। ଉକ୍ତ ବିଦ୍ୟାଳୟର ଅଧ୍ୟକ୍ଷ ରୋହିତ ଚନ୍ଦ୍ର ମାହାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିଚାଳନା କମିଟିର ସମ୍ପାଦକ ତଥା ଶିକ୍ଷାବିତ୍ ବିଜୟ ସେନାପତି ଯୋଗଦାନ କରି କ୍ରୀଡ଼ା ପତାକା ଉତ୍ତୋଳନ କରିଥିଲେ।