ଉଦ୍ୟାନରେ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା lସମ୍ବଲପୁର କଟକ 55 ନଂ ଜାତୀୟ ରାଜପଥର ରେଢ଼ାଖୋଲ ସହରର ଉଦ୍ୟାନ ବିଭାଗ ର କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ସଂଧ୍ୟାରେ ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁଇ ଟ୍ରକ ର ସମ୍ମୁଖ ଭାଗ ଭାଙ୍ଗି ଚୁରମାର ହୋଇଯାଇଛି । ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।