ଧର୍ମଗଡ: ଧର୍ମଗଡରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ
ଧର୍ମଗଡ଼ ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଧର୍ମଗଡ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ ଉପସ୍ଥିତ ଥାଇ ଶୁଭ ଉଦଘାଟନ କରିଥିଲେ। ସଭା କାର୍ଯ୍ୟ ରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରମୋଦ କୁମାର ବେହେରା ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବ୍ଲକ ଅଧ୍ୟକ୍ଷା ଯୋଗ ଦେଇଥିଲେ।